ରାଜ୍ୟରେ ବଢୁଥିବା ଦୁଷ୍କର୍ମକୁ ନେଇ ପ୍ରତିବାଦ କରିବ ବିଜେଡି । ଆସନ୍ତା ୨୫ ତାରିଖ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ବିଜେଡ଼ି ପକ୍ଷରୁ ପ୍ରତିବାଦ କରାଯିବ । ଛାତ୍ର ଛାତ୍ରୀ ମାନେ ଶ୍ରେଣୀ ବର୍ଜନ କରିବା ସହ କଳା ବ୍ୟାଜ୍ ପରିଧାନ କରିବେ ଓ ପିକେଟିଂ କରିବେ । । ଓଡ଼ିଶାରେ କୌଣସି ବି ନାରୀ ସୁରକ୍ଷିତ ନୁହଁନ୍ତି । ବିଗତ ବର୍ଷକ ମଧ୍ୟରେ ୩ ହଜାର ଦୁଷ୍କର୍ମ ଘଟଣା ବିଭିନ୍ନ ଥାନାରେ ମାମଲା ରୁଜୁ ହୋଇଛି । ଯେଉଁଥି ପାଇଁ ଆସନ୍ତା ୨୫ ତାରିଖରେ ଛାତ୍ରଛାତ୍ରୀମାନେ ପ୍ରତିବାଦ କରିବା ସହ ଆନ୍ଦୋଳନ ମଧ୍ୟ କରିବେ ।ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ, ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମକେଶ ରାୟ ଓ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ ଜୁନ୍ ୨୫ ତାରିଖରେ ବିଜେଡି ତରଫରୁ ହେବାକୁ ଥିବା ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇଥିଲେ ।ଦେବୀ ରଞ୍ଜନ ତ୍ରିପାଠୀ କହିଥିଲେ, ଆସନ୍ତା ଜୁନ୍ ୨୫ ତାରିଖରେ ଏହି ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ କାର୍ଯ୍ୟକ୍ରମ ମାଧ୍ୟମରେ, ଶ୍ରେଣୀ ବର୍ଜନ, କଳାବ୍ୟାଚ ପରିଧାନ, ପିକେଟିଂ, କୁଶ ପୁତ୍ତଳିକା ଦାହ ଇତ୍ୟାଦି କାର୍ଯ୍ୟକ୍ରମ କରାଯିବ । ରାଜ୍ୟର ସମସ୍ତ କଲେଜ ଗୁଡିକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
