ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି । ଆହୁରି ବର୍ଷିବ । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।ତେବେ ଆଜି ପାଇଁ ୩ ଜିଲ୍ଲାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର । ଏହି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।ଏଥିସହ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ମନା କରାଯାଇଛି।
