ରଥଯାତ୍ରାରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟଣା: ୨୫ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ଦର୍ଶନ ପାଇଁ ହେବ ଯୋଜନା

ପୁରୀ ପାଇଁ ସରକାର ବଡ଼ ଯୋଜନା କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତ୍ରଣ ପାଇଁ ମେଗା ପ୍ଲାନ୍ କରାଯାଉଛି। ଏକା ସାଙ୍ଗରେ ୨୫ ଲକ୍ଷ ଶ୍ରଦ୍ଧାଳୁ ପୁରୀ ଆସି କେମିତି ଶୃଙ୍ଖଳିତ ଦର୍ଶନ କରି ଫେରିବେ ସେ ନେଇ ଯୋଜନା କରାଯାଉଛି।ଆସନ୍ତା ବର୍ଷ କିଭଳି ଶ୍ରଦ୍ଧାଳୁମାନେ ଶୃଙ୍ଖଳିତ ଦର୍ଶନ କରିପାରିବେ, ଏଭଳି କି ୨୫ ଲକ୍ଷ ଶ୍ରଦ୍ଧାଳୁ ଆସିଲେ ବି ଯେଭଳି ଶୃଙ୍ଖଳିତ ଦର୍ଶନ ହୋଇପାରିବ ସେନେଇ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ଏ ନେଇ ପୂର୍ତ୍ତ ତଥା ଆଇନ ମନ୍ତ୍ରୀ କହିଛନ୍ତି ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା, କିନ୍ତୁ ସରକାର ଆକଳନ କରିଛନ୍ତି ଆସନ୍ତା ବର୍ଷ ମାନଙ୍କରେ ଏହି ସଂଖ୍ୟା ଆହୁରି ବଢିବ।ଆସନ୍ତା ୨୦ ବର୍ଷକୁ ଆଖି ଆଗରେ ରଖି ଏହି ରୂପରେଖ ପ୍ରସ୍ତୁତ କରାଯାଉଛି। ଟ୍ରାଫିକ ପରିଚାଳନା, ଭିଡ଼ ନିୟନ୍ତ୍ରଣ, ପାର୍କିଂ, ରାସ୍ତା ପ୍ରସ୍ତତିକରଣ ସହ ନୂଆ ରାସ୍ତା ନିର୍ମାଣ ପାଇଁ ଯୋଜନା କରାଯାଉଛି ବୋଲି ଆଇନ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

ଅଧିକ ପଢନ୍ତୁ

kc ads