ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି l ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ), ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି l ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ଣରେ ମାନ୍ୟବର ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ସେଠାରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିବା ସହ ‘‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ।
