ରାଜ୍ୟରେ ଯୋଡ଼ା ଲଘୁଚାପ ସୃଷ୍ଟି। ରାଜ୍ୟରେ ଜାରି ରହିଛି ବର୍ଷା

ରାଜ୍ୟରେ ଯୋଡ଼ା ଲଘୁଚାପ ସୃଷ୍ଟି ହୋଇଛି । ପୂର୍ବ ଭାଗରେ ଉତ୍ତର ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ବାଂଲାଦେଶ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ସନ୍ଧ୍ୟାରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ ରହିଛି। ଦୁଇ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗୀର, କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି।

ଅଧିକ ପଢନ୍ତୁ

Odisha Darpan Digital