ନ୍ୟାୟ ପାଇଁ ନିଜ ଦେହରେ ନିଆଁ ଲଗାଇ ଦେଇଥିବା ସୌମ୍ୟାଶ୍ରୀ ଦୀର୍ଘ ୩ଦିନ କାଳ ଛଟପଟ ହୋଇ ଶେଷରେ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ବର ଏମସରେ ଆଖି ବୁଜିଛନ୍ତି ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ଏମସ କର୍ତ୍ତୃପକ୍ଷ ତାଙ୍କୁ କ୍ଲିନିକାଲ ଡେଥ ଘୋଷଣା କରିଛନ୍ତି । ଏହାକୁ ନେଇ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ମୃତ ଶରୀରକୁ ବ୍ୟବଚ୍ଛେଦ ପରେ ସ୍ଵତନ୍ତ୍ର ପୋଲିସ୍ ଏସ୍କଟ ରେ ବାଲେଶ୍ଵର ଅଣାଯାଇଛି । ବାଲେଶ୍ଵର ଜିଲ୍ଲା ଭୋଗରାଇରେ ମୃତ ଛାତ୍ରୀଙ୍କ ଘର । ଆଜି ଛାତ୍ରୀଙ୍କ ଗାଁ ମଶାଣିରେ ସଂପନ୍ନ ହେବ ।ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଦୋଷୀକୁ କଠୋର ଦଣ୍ଡ ମିଳିବ । ଆଶା କରିଥିଲୁ ଝିଅ ବଞ୍ଚିଯିବ ବୋଲି, କିନ୍ତୁ ସମ୍ଭବ ହେଲାନି । ଯେଉଁମାନେ ବି ଏହି ଘଟଣାରେ ସଂପୃକ୍ତ ଅଛନ୍ତି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।
