ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ଯ୍ୟାଳୟର କାର୍ଯ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୫ ହଜାର ଟଙ୍କା ଦାବି କରିଥିଲେ। ତେବେ ୨,୫୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି।ସମସ୍ତ ଲାଞ୍ଚ ଟଙ୍କା ସେମାନଙ୍କଠାରୁ ଜବତ କରାଯାଇଛି।
