ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅନ୍ୟପକ୍ଷେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଶନିବାର ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।