ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି ।ଯୌନ ଉତ୍ପୀଡ଼ନ ନିବାରଣ ସମ୍ପର୍କିତ UGC ଗାଇଡ୍ଲାଇନ ପାଳନ ପରାମର୍ଶ କରିବାକୁ କୁହାଯାଇଛି। ଏହାଛଡ଼ା ସଚେତନତା କର୍ମଶାଳା ଆୟୋଜନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏପରି କର୍ମଶାଳାରେ ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀ ଯୋଗ ଦେବେ। ଏଥିସହ POSH Act, 2013 ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ମଧ୍ୟ ଶପଥ ନେବେ । କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି ।
