ଖୋଲିଲା ୪୬ ମିଶ୍ରଣ ସ୍କୁଲ । ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି

ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି ।ପୂର୍ବ ସରକାରଙ୍କ ସମୟରେ ଛାତ୍ରୀଛାତ୍ରଙ୍କ କମ୍‌ ଉପସ୍ଥାନ ଥିବା ରାଜ୍ୟର ପ୍ରାୟ ୭୭୫୧ଟି ବିଦ୍ୟାଳୟକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହାକୁ ସେତେବେଳେ ଭାଜପା ସମେତ ବିଭିନ୍ନ ମହଲରୁ ତୀବ୍ର ବିରୋଧ କରାଯାଇଥିଲା। ଏହାଦ୍ୱାରା ସ୍କୁଲରେ ଡ୍ରପ୍‌ଆଉଟ୍‌ ହାର ବଢ଼ିବ। ବିଶେଷକରି ଦୁର୍ଗମ ଅଞ୍ଚଳରେ ଛାତ୍ରୀଛାତ୍ର ଶିକ୍ଷାଦାନରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ଉଠିଥିଲା। ହେଲେ ତତ୍କାଳୀନ ସରକାର ଏଦିଗରେ ଠୋସ୍‌ ପଦକ୍ଷେପ ଗ୍ରହଣ କରି ନ ଥିବାବେଳେ ଏବେ ଭାଜପା ସରକାର ଏହାକୁ ଗୁରୁତ୍ୱର ସହ ନେଇ ବନ୍ଦ ହୋଇଯାଇଥିବା ସ୍କୁଲଗୁଡିକୁ ପୁଣି ଖୋଲିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ତେବେ ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ରେ ସର୍ବାଧିକ ୨୨ ଟି ଥିବା ବେଳେ ଦେଓଗଡ଼ରେ ୧୦ ଟି ବରଗଡ଼ ରେ ୭ ଟି , ଯାଜପୁରରେ ୪ ଟି ଓ ଖୋର୍ଦ୍ଧା ରେ ୩ ସ୍କୁଲ ରହିଛି । ୭ ହଜାର ୭୫୧ ସ୍କୁଲ ମିଶ୍ରଣ ନେଇ ଅନୁମୋଦନ ମିଳିଥିବା ବେଳେ ୫ ହଜାର ୬୩୦ ସ୍କୁଲ ମିଶ୍ରଣ ହୋଇଛି । ମିଶ୍ରଣ ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଅଧିକ ପଢନ୍ତୁ

kc ads