ଫେବ୍ରୁଆରୀ ୩ ରୁ ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଏହି ସମ୍ମିଳନୀର ବିପୁଳ ସଫଳତା ପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ସଂପର୍କରେ ଆଲୋଚନା ହେବ । ଏହି ସମ୍ମିଳନୀକୁ ଆଧାର କରି ଓଡିଆ ଭାଷାର ଉନ୍ନତି ଓ ଲୋକପ୍ରିୟତା ପାଇଁ ସରକାର ପଦକ୍ଷେପ ନେବେ । ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।
ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ।