ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍ । ଏବେ ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍ ଗେଟ୍ ଖୋଲା ।
ଶୁକ୍ରବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୯.୧୭ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୧ ଲକ୍ଷ ୮୬ ହଜାର ୮୧୫ କ୍ୟୁସେକ ଜଳ ପ୍ରବେଶ କରୁଛି ଏବଂ ୧ ଲକ୍ଷ ୫୬ ହଜାର ୧୯୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି ।ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଛି । ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯେଉଁ କାରଣରୁ ବର୍ତ୍ତମାନ ହୀରାକୁଦ ଡ୍ୟାମ୍ର ଆଉ ୪ ଟି ଗେଟ୍ ଖୋଲାଯାଇଛି ।ବିଶେଷକରି ବୁଢ଼ାବଳଙ୍ଗ, ବୈତରଣୀ ଓ ସଂଲଗ୍ନ ନଦୀ ଗୁଡ଼ିକରେ ଜଳ ସ୍ତର ବଢ଼ିପାରେ ।