ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୩୫ -୪୫ କିମି ବହିବା ସମ୍ଭାବନା ଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି । ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ, ଦେବଗଡ଼, ସୋନପୁର, ଅନୁଗୁଳରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଉପକୂଳରେ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଛି ।ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନବରଙ୍ଗପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲନାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
