ଆବଶ୍ୟକତା ଦେଖି ପ୍ରସ୍ତାବ ଦିଅନ୍ତୁ: ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ସିଡ଼ିପିଓ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ। ଗ୍ରାଉଣ୍ଡରେ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟର ଅଭାବ ରହୁଛି। ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି ।  ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ ବୋଲି ସିଡିପିଓମାନଙ୍କୁ କହିଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା ।ସମସ୍ୟା ଆଣିଲେ ତାର ସମାଧାନର ବାଟ ବାହାର କରିବୁ। ରାଜ୍ୟର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ିକୁ ସଶକ୍ତ କରିବାର ଅଛି । ତେଣୁ ଯାହା ଆବଶ୍ୟକତା ରହୁଛି ପ୍ରସ୍ତାବ ଦିଅନ୍ତୁ ବୋଲି ମଧ୍ୟ କହିଛନ୍ତି ମୁଖ୍ୟ ଶାସନ ସଚିବ ।

ଅଧିକ ପଢନ୍ତୁ

Odisha Darpan Digital