ଖୁବଶୀଘ୍ର ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବ: ଗଣଶିକ୍ଷା ମନ୍ତ୍ରୀ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ରଖିଲେ ପ୍ରତିକ୍ରିୟା । କହିଲେ, ଯେଉଁମାନେ ବ୍ୟତିକ୍ରମରେ ସାମିଲ ଅଛନ୍ତି, ସେମାନଙ୍କ ବିରୋଧ ତଦନ୍ତ କରି ଗିରଫ କରିଛି କ୍ରାଇମବ୍ରାଞ୍ଚ । ଯେତେବଡ଼ ଲୋକ ହେଲେ ବି କାର୍ଯ୍ୟାନୁଷ୍ଠାନ ନିଶ୍ଚିତ ହେବ ।କ୍ୟୁଆର କୋଡ ଥିବା ସତ୍ତ୍ବେ ଏଭଳି ଘଟଣା ଘଟିଛି। ତେଣୁ ଏଦିଗ ଉପରେ ମଧ୍ୟ ଧ୍ୟାନ ଦିଆଯିବ। ଆଗକୁ କିପରି ଘଟଣାର ପୁନରାବୃତ୍ତି ନହେବ ସେଥିପାଇଁ ବିଭାଗ ସଜାଗ ଅଛି । ସ୍ୱଚ୍ଛତା ସହ ପରୀକ୍ଷା ହେବ ପାଇଁ ଯୋଜନା କରାଯାଉଛି। ଖୁବଶୀଘ୍ର ପୁଣି ଥରେ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ପାଇଁ ଚେଷ୍ଟା କରୁଛୁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ।

ଅଧିକ ପଢନ୍ତୁ

Odisha Darpan Digital