OTET ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ଦୁଇ ଜଣ ଗିରଫ ହୋଇଛନ୍ତି । ଘଟଣାରେ କ୍ରାଇମବ୍ରାଞ୍ଚ ପୁଣି ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି ।ଗିରଫଦାରୀ ମଧ୍ୟରେ ଶିକ୍ଷକ ଓ ପେଷାଦାର ଭାଇରଲକାରୀ ମଧ୍ୟ ଥିଲେ । ପୂର୍ବରୁ ଗିରଫ ହୋଇଛନ୍ତି ଜିତନ ମହାରଣା, ବିଜୟ କୁମାର ମିଶ୍ର, ସନାତନ ବିଶୋଇ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ । ମୁଖ୍ୟ ଅଭିଯୁକ୍ତ ଜିତନ ମହାରଣା ହିଁ ପ୍ରଶ୍ନ ପତ୍ର ଭାଇରାଲ କରିଥିଲେ। ଏଥିରେ ମନିଟ୍ରେଲ ମଧ୍ୟ ହୋଇଛି ହୋଇଛି ବୋଲି କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି । ଜିତନ ମହାରଣା ପତ୍ନୀଙ୍କ ଆକାଉଣ୍ଟକୁ ଆସିଥିଲା ୨ ଲକ୍ଷ ୫୦ ହଜାର ଟଙ୍କା । ଏପରିକି ପର୍ଜ୍ୟାପ୍ତ ପରିମାଣର କ୍ୟାସ କାରବାର ହୋଇଥିବା ନେଇ କ୍ରାଇମବ୍ରାଞ୍ଚ ଅନୁମାନ କରୁଛି ବୋଲି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଥିଲେ। ରାଜ୍ୟ ବ୍ୟାପି ଏହି ପ୍ରଶ୍ନପତ୍ର ଭରାରାଲ ହୋଇଥିଲା ଏବଂ ବୋର୍ଡ ଅଫିସର ଉପସଭାପତି ନିହାର ମହାନ୍ତିଙ୍କ ଲ୍ୟାପଟପରୁ ଏହି ପ୍ରଶ୍ନପତ୍ର ଚୋରି ହୋଇଥିଲା ବୋଲି କ୍ରାଇମବ୍ରାଞ୍ଚ ଡିଜି ସୂଚନା ଦେଇଥିଲେ ।
