ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ କମିବ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ବର୍ଷା କମିବା ସହିତ ତାପମାତ୍ରା ସାମାନ୍ୟ ବଢ଼ିପାରେ। ତାପମାତ୍ରାରେ ପ୍ରାୟ ୨ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।ଆଗାମୀ ୪ ଓ ୫ ଜୁଲାଇ ବେଳକୁ ରାଜ୍ୟରେ ଆହୁରି ବର୍ଷା କମିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ଆସନ୍ତା ୬ ତାରିଖ ପରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର କହିଛନ୍ତି, ଗତ ୨୪ ଘଣ୍ଟାରେ ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ରେକର୍ଡ ହୋଇଛି। ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଠାରେ ସର୍ବାଧିକ ବର୍ଷା ୩୪ ମିଲିମିଟର ରେକର୍ଡ ହୋଇଛି। ସମ୍ପୂର୍ଣ୍ଣ ରାଜ୍ୟରେ ୬୧୬.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି, ଯାହାକି ସ୍ଵାଭାବିକ ବୃଷ୍ଟି ଠାରୁ ପ୍ରାୟ ୧୦ ପ୍ରତିଶତ ଅଧିକ ରହିଛି।

ଅଧିକ ପଢନ୍ତୁ

Odisha Darpan Digital