ରାଜ୍ୟରେ ହୋଇପାରିବନି ଗୋହତ୍ୟା- ହାଇକୋର୍ଟ

ରାଜ୍ୟରେ ହୋଇପାରିବନି ଗୋହତ୍ୟା । ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ଗୋ-ହତ୍ୟା ନେଇ ଗୌଜ୍ଞାନ ଅନୁଷ୍ଠାନ ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରାଯାଇଥିଲା। ଏଥିରେ ଆବେଦନକାରୀ କଟକରେ କିଛି ଗୋହତ୍ୟା କରାଯାଉଥିବା ଆବେଦନରେ ଦର୍ଶାଇଥିଲେ ।ରାଜ୍ୟରେ ଗୋଚାଲାଣ ଓ ଗୋହତ୍ୟା ଭଳି ଅପରାଧ ଦିନକୁ ଦିନ ବଢ଼ିଚାଲିଥିଲା । ପ୍ରତିଦିନ କେଉଁଠି ନା କେଉଁଠି ଗୋଚାଲାଣ ବେଳେ ଗାଡ଼ି ଧରାପଡ଼ୁଥିଲା । ଆଉ କେଉଁଠି କେଉଁଠିତ ଗୋମାଂସ ଚୋରା ଚାଲାଣ ବେଳେ ଗାଡ଼ି ଧରାପଡ଼ିଥିବାର ନଜିର ରହିଛି । ଏହି ସବୁକୁ ରୋକିବା ପାଇଁ ଅନେକ ସମାଜସେବୀ ଏବଂ ସାଧାରଣ ଲୋକ ନିବେଦନ କରିଆସୁଥିଲେ, କିନ୍ତୁ ସରକାର ଏହା ଉପରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଉନଥିଲେ । ଆଜି ଏହି ହାଇକୋର୍ଟ ଏ ସବୁକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢନ୍ତୁ