ରାଜ୍ୟରେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ନୂଆପଡ଼ା । ସେହିପରି ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
