ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ମଙ୍ଗଳବାରଠୁ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ।ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।  ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅଧିକ ପଢନ୍ତୁ

Odisha Darpan Digital