ଜଷ୍ଟିସ୍ ଯଶଓ୍ୱନ୍ତ ବର୍ମାଙ୍କ ବିରୋଧରେ ବଡ଼ ଆକ୍ସନ । ଲୋକସଭା ବାଚସ୍ପତି ଓମ୍ ବିର୍ଲା ଜଷ୍ଟିସ୍ ବର୍ମାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଗମ୍ଭୀର ବୋଲି ଗ୍ରହଣ କରି ଏହି ମାମଲାର ଯାଞ୍ଚ ପାଇଁ ୩ ଜଣିଆ କମିଟି ଗଠନ କରିଛନ୍ତି ।କମିଟିରେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅରବିନ୍ଦ କୁମାର, ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମନିନ୍ଦର ମୋହନ ଓ ବରିଷ୍ଠ ଆଇନଜୀବୀ ବିଭି ଆଚାର୍ଯ୍ୟ ରହିଛନ୍ତି । ସୁଚନାମୁତାବକ ଦିଲ୍ଲୀ ହାଇକୋର୍ଟର ପୂର୍ବ ବିଚାରପତି ଜଷ୍ଟିସ୍ ଯଶଓ୍ୱନ୍ତ ବର୍ମାଙ୍କ ସରକାରୀ ଆବାସରେ ଚଳିତ ବର୍ଷ ନିଆଁ ଲାଗିଯାଇଥିଲା । ଏହାପରେ ଦମକଳ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ହେଲେ ଏହି ସମୟରେ କିନ୍ତୁ ସେଠାରେ ବହୁ ପରିମାଣରେ ଅଧା ଜଳା ନୋଟ ମିଳିଥିଲା । ଯାହାକି ସେ ସମୟରେ ବିବାଦ ସୃଷ୍ଟି କରିଥିଲା । ଏହାପରେ ଜଷ୍ଟିସ୍ ବର୍ମାଙ୍କୁ ଆଲ୍ଲାବାଦ ହାଇକୋର୍ଟକୁ ଟ୍ରାନ୍ସଫର କରିଦିଆଯାଇଥିଲା । ଆଉ ଏବେ ଏହି ଘଟଣାରେ କମିଟି ଗଠନ କରିଛନ୍ତି ଲୋକସଭା ବାଚସ୍ପତି ।
