ପୁରୀ ଶ୍ରୀମନ୍ଦିର ଭାଙ୍ଗିବାକୁ ଚେତାବନୀ । ଆତଙ୍କବାଦୀ ହମ୍ଲା ନେଇ ଆସିଲା ଓ୍ୱାର୍ଣ୍ଣିଂ । ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଲାଗିଛି ଧମକପୂର୍ଣ୍ଣ ଲେଖା ।ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର ଭାଙ୍ଗିବ ଆତଙ୍କବାଦୀ। ଏହା ସହ ଫୋନ୍ ନମ୍ବର ମଧ୍ୟ ଦିଆଯାଇଛି। ଫୋନ୍ କର, ନକଲେ ମହାତାଣ୍ଡବ ବୋଲି ଲେଖାଯାଇଛି । ଏହା ଭିତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାଁ ମଧ୍ୟ ଲେଖାଯାଇଛି । ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ ଲେଖା ଦେଖିବାକୁ ମିଳିଛି । ତେବେ କିଏ ଓ କାହିଁକି କରିଛି ତାହା ଜଣାପଡ଼ିନାହିଁ । ଏକାଧିକ ସ୍ଥାନରେ ସିସିଟିଭି ଲାଗିଛି । ସିକ୍ୟୁରିଟି ଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ହେଲେ ଆତଙ୍କବାଦୀଙ୍କ ନାଁ ନେଇ ଏପରି ଲେଖିଲା କିଏ? ତା’କୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ ।ସେପଟେ ଏପରି ଘଟଣା ଜଣାପଡିବା ପରେ ବଢିଛି ସୁରକ୍ଷା । ପୋଲିସ ପ୍ରଶାସନ ଆଲର୍ଟ ମୋଡରେ ରହିଛି । ପ୍ରକୃତ ସତ ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ ।
