କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ପ୍ରଭାବରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୧୪ ତାରିଖ ଅର୍ଥାତ ଆସନ୍ତାକାଲି କୋରାପୁଟ, ମାଲକାନଗିରିରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଥିବାବଳେ ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।୧୩ ରୁ ୧୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
