୧୮ ତାରିଖ ଯାଏ ଭିଜିବ ଓଡ଼ିଶା ! ଆଉ ଏକ ଲଘୁଚାପ ସମ୍ଭାବନା

ବର୍ତ୍ତମାନର ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଏହା ପ୍ରଭାବରେ ୧୬ ଯାଏ ବର୍ଷା ଲାଗି ରହିବ। ପୁଣି ୨୨/୨୩ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଅଛି। ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୋନପୁରକୁ ସତର୍କ କରାଯାଇଛି। ଏହି ଡବଲ୍‌ ଲଘୁଚାପ ଭରସାରେ ରହିଛନ୍ତି ଚାଷୀ। ଭଲ ବର୍ଷା ହେଲେ ନିଅଣ୍ଟିଆ ସ୍ଥିତି ଦୂର ହେବା ସହ ଚାଷ ଆଗକୁ ବଢ଼ିବ । । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଜାରି ରହିବ । ତେବେ ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି ।

ଅଧିକ ପଢନ୍ତୁ