ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ । ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ । ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମଣ୍ଡଳୀ ସଭା ଆୟୋଜନ କରାଯାଏ। ଏବଂ ସେଠାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ କରାଯାଇଥାଏ। ଲଗ୍ନ ନିର୍ଦ୍ଧାରଣ ପରେ ପଣ୍ଡିତ ମହାସଭା ଓ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ସଦସ୍ୟମାନେ ମା ସମଲେଇଙ୍କ ମନ୍ଦିର ଯାଇ ମାଙ୍କ ନିକଟରେ ଲଗ୍ନପତ୍ର ଅର୍ପଣ କରିଥାନ୍ତି। ତେବେ ଲଗ୍ନ ନିର୍ଦ୍ଧାରଣ ପାଇଁ ଅଞ୍ଚଳର ଜଣାଶୁଣା ୨୦ ଜଣ ପଣ୍ଡିତଙ୍କୁ ନିମନ୍ତ୍ରଣ କରାଯାଇଛି । ଧାର୍ଯ୍ୟ ଲଗ୍ନ ଅନୁସାରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଅର୍ପଣ କରିବା ପରେ ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ପାଳନ କରିବାର ବିଧି ରହିଛି ।

ଅଧିକ ପଢନ୍ତୁ