ଖୁବ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ ହେବେ ବିଜେଡି ସଭାପତି ନବୀନ

ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେଡିକାଲ ବେଡରୁ ଏକ ଭିଡିଓ ଏବେ ସାମ୍ନାକୁ ଆସିଛି। ଡିହାଇଡ୍ରେସନ୍‌ ଯୋଗୁଁ ସେ ରବିବାର ଅପରାହ୍ନ ୫ଟା ୧୫ରେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସୁସ୍ଥ ହେବା ପରେ ସେ ବେଡରେ ଥାଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ଓ “ମୁଁ ଭଲ ଅଛି” ବୋଲି କହିଥିଲେ।ଖୁବଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି କହିଛି ବିଜେଡି ।  ନବୀନଙ୍କ ଅସୁସ୍ଥତା ଖବର ପାଇ ଡାକ୍ତରଖାନା ଯାଇ ବିଜେଡିର ବହୁ ନେତା ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଡାକ୍ତରଖାନା ଗସ୍ତ କରି ନବୀନଙ୍କୁ ଯୋଗାଇ ଦିଆଯାଉଥିବା ଚିକିତ୍ସା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ନବୀନଙ୍କ ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।

ଅଧିକ ପଢନ୍ତୁ

Odisha Darpan Digital