ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମାଗଣା ୟୁନିଫର୍ମ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ, ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର ମିଳିବ। ଏଥିପାଇଁ ବାଲ୍ ବାଟିକା ତଥା ଶିଶୁ ବାଟିକା ପିଲା ପିଛା ଖର୍ଚ୍ଚ ହଜାରେ ଟଙ୍କା ବିଭାଗ ବହନ କରିବ । ରାଜ୍ୟର ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକା ଖୋଲାଯାଇଛି । ୩ ଲକ୍ଷ ୧୦ ହଜାର ୮୪୯ ପିଲାଙ୍କୁ ୟୁନିଫର୍ମ ଦିଆଯିବ । ପ୍ରତି ପିଲା ପିଛା ହଜାରେ ଟଙ୍କା ଦେବା ପାଇଁ ବ୍ୟବସ୍ଥା କରାଯାଇଛି ।
