ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ। କଟକ CDMOର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଚାଲିଛି ଚଢାଉ । କଟକ ଜିଲାରେ ଥିବା ସାହାଣୀଙ୍କ ସମ୍ପର୍କୀୟ ୫ଟି ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି। ଭିଜିଲାନ୍ସର ୯ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଓ ଅନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ କଟକ ସ୍ପେଶାଲ ଜଜ୍ଙ୍କ ସର୍ଚ୍ଚ ଓ୍ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରୁଛି।
ସାହାଣୀଙ୍କ ଜୋବ୍ରା ନୂଆସାହି, କଟକସ୍ଥିତ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ ପୋଲଟ୍ରି ଫାର୍ମ, CDMO ଅଫିସ, କଟକସ୍ଥିତ ତାଙ୍କ ଅଫିସ ରୁମ, ତୁଳସୀପୁର, କଟକସ୍ଥିତ ଶ୍ୱଶୁର ଘର, କିଶୋରନଗର, କଟକସ୍ଥିତ ପୈତୃକ ଘରେ ତଲାସୀ ଜାରି ରହିଛି।ଏକ କୋଟି ୨୪ ଲକ୍ଷ ସରକାରୀ ଅର୍ଥ ଘୋଟଲା ଅଭିଯୋଗ ହୋଇଛି ।