ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।

ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଛନ୍ତି। । ପୂର୍ବରୁ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ଥିବା କଥା ଶୁଣିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଫୋନ୍ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ଅଧିକ ପଢନ୍ତୁ