ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ । ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ।ମୁଖ୍ୟମନ୍ତ୍ରୀ ସମସ୍ତ ମନ୍ତ୍ରୀ ଓ ଅଧିକାରୀ ମନେ ଜନତାଙ୍କୁ ଫୋନ୍ କରି ମତାମତ ନେବେ।ମୋବାଇଲକ୍ ଆପ୍ ମାଧ୍ୟମରେ ନିଆଯିବ ମତାମତ।ଏଣିକି ଲୋକଙ୍କ ମତାମତ ଆଧାରରେ ନୀତି ନିର୍ଦ୍ଧାରଣ ହେବ। ଫେସବୁକ୍, ଏକ୍ସ, ହ୍ବାଟ୍ସଆପ୍, ଓ୍ୱେବସାଇଟ୍ ଚାର୍ଟବଟ୍ ଏବଂ ସିଧାସଳଖ ଟୋଲ୍ ଫ୍ରି ନମ୍ବର- ୧୪୪୭୧କୁ ଫୋନ୍ କରି ସିଧାସଳଖ ଲୋକମାନେ ମତାମତ ଦେଇପାରିବେ।
