୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ। ନୂଆ ସହର ନିର୍ମାଣ ପାଇଁ ସିଙ୍ଗାପୁର ସରକାର ଏହାର ଡ୍ରଇଂ ଏବଂ ଡିଜାଇନ ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର।ଆସନ୍ତା ମାସେରୁ ୨ ମାସ ଭିତରେ ସରକାରଙ୍କୁ ଡିପିଆର ଦେବ ସିଙ୍ଗାପୁର । ଆଗାମୀ ପ୍ରକଳ୍ପରେ ପାର୍କ, ହସ୍ପିଟାଲ, ଲୋକଙ୍କ ପାଇଁ ବାସଗୃହ, ଶିଳ୍ପ କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦିଆଯିବ । ୩ ଶହ କୋଟି ଟଙ୍କା ବ୍ୟୟରେ ନବୀକରଣ ହେବ ନିକୋ ପାର୍କ ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭାବନେଶ୍ୱରକୁ ନେଇ ବଢିଛି ଉତ୍କଣ୍ଠା।ଏହାର ଡିପିଆର ସିଙ୍ଗାପୁର ସରକାର ବନାଉଥିବା ବେଳେ, ଆବଶ୍ୟକ ଅର୍ଥ ମଧ୍ୟ ସେମାନଙ୍କୁ ଦିଆଯାଇଛି।
