ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ବାରମ୍ଵାର ତ୍ରୁଟି। ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଫଟୋ ଉଠାଇ ଭାଇରାଲ୍ କଲେ ମହାରାଷ୍ଟ୍ରର ଯୁବକ। ଭକ୍ତ ବୈଭବ ଦୂରେ ପାଟିଲ ନାମକ ଜଣେ ଯୁବକ ଶ୍ରୀମନ୍ଦିର ପରିସରର ଫଟୋକୁ ତାଙ୍କ ଇନଷ୍ଟାଗ୍ରାମ ଆଇଡିରେ ପୋଷ୍ଟ କରିଛନ୍ତି। ତେବେ କେମିତି ଓ କିପରି ମୋବାଇଲ କିମ୍ବା କ୍ୟାମେରା ନେଇ ଶ୍ରୀମନ୍ଦିରରେ ପ୍ରବେଶ କଲେ ଯୁବକ ଜଣଙ୍କ, ତାକୁ ନେଇ ଉଠିଲା ପ୍ରଶ୍ନ । ବାରମ୍ବାର ବାରଣ ସତ୍ୱେ ଏପରି ତ୍ରୁଟି କିପରି ହେଉଛି, ତାକୁ ନେଇ ଉଠୁଛି ପ୍ରଶ୍ନ । ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି ।

ଅଧିକ ପଢନ୍ତୁ