କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ – ସର୍ବୋଚ୍ଚ ଯନ୍ତ୍ରୀ

କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ । ବୁଢାବଳଙ୍ଗ ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ କମୁଛି । ଆଗାମୀ ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ ।ହୀରାକୁଦ ଜଳସ୍ତର ୯ଟା ସୁଦ୍ଧା ୬୨୬.୩୫ ଫୁଟ୍ ଅଛି । ୪ଟି ଗେଟ୍ ବନ୍ଦ କରାଯାଇଛି, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ୩ ଲକ୍ଷ ୮୫ ହଜାର କ୍ୟୁସେକ ପ୍ରବେଶ, ୪ ଲକ୍ଷ ୨୪ ହଜାର କ୍ୟୁସେକ ନିଷ୍କାସିତ । କାଲି ମୁଣ୍ଡଳୀରେ ସଂଧ୍ୟା ୬ଟାରେ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ ।

ଅଧିକ ପଢନ୍ତୁ