ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ

ଆସୁଛି ଆଉ ଏକ ଲଘୁଚାପ । ୧୦ରୁ ବଢିବ ବର୍ଷା । ୧୩-୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ଅଧିକ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ପଡିବ। ମାଲକାନଗିରି ଓ କୋରାପୁଟରେ ସବୁଠୁ ଅଧିକ ବର୍ଷା ଆଶଙ୍କା ରହିଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଓଡ଼ିଶା ଉପରେ ମୌସୁମୀ ଟ୍ରଫ୍ ସହିତ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କୌଣସି ଜିଲାକୁ ସତର୍କତା ଜାରି ହୋଇ ନ ଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମସ୍ତ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ଓ ବାକି ରାଜ୍ୟର ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ ସତର୍କତା ଜାରି ହୋଇଛି।

ଅଧିକ ପଢନ୍ତୁ