ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ସମସ୍ତ ଜିଲ୍ଲାରେ ଥିବା PACS ଏବଂ LAMPCS ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ (ମନିଟରିଂ) କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି ନିର୍ଦ୍ଦେଶ ଦେଇଛନ୍ତି । କୌଣସି ପ୍ରକାର କଳାବଜାରୀ କିମ୍ବା ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ।ତେବେ ବୈଠକ ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ କରିଛନ୍ତି, ରାଜ୍ୟରେ ଆବଶ୍ୟକୀୟ ସାର ମହଜୁଦ ଅଛି। ସାର ସଙ୍କଟ ଦେଖାଦେଇନାହିଁ । ଯେଉଁମାନେ କଳାବଜାରୀ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାଯ୍ୟାନୁଷ୍ଠାନ ନିଆଯାଉଛି ା ୫୮ଟି ଜାଗାରେ ଚଢାଉ ହୋଇଛି ଆଉ ମାତ୍ର ୮ରୁ ୯ ଦିନ ଆବଶ୍ୟକ। ଗତବର୍ଷ ଅପେକ୍ଷା ଏବର୍ଷ ଅଧିକ ସାରର ଡିମାଣ୍ଡ ରହିଛି ବୋଲି କହିଛନ୍ତି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ।

ଅଧିକ ପଢନ୍ତୁ

Odisha Darpan Digital