କାର୍ତ୍ତୀକ ମାସ ପାଇଁ ପୁରୀର ୪ଟି କେନ୍ଦ୍ରରେ ହେବ ହବିଷ୍ୟାଳୀ ମା’ମାନଙ୍କ ରହଣି ବ୍ୟବସ୍ଥା

ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ। କେବଳ ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ମୋଚିସାହି କଲ୍ୟାଣ ମଣ୍ଡପ ଓ ରେଳବାଇ ଆଶ୍ରୟସ୍ଥଳରେ ରଖାଯିବ ବୋଲି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି।ଉପରୋକ୍ତ ହବିଷ୍ୟାଳୀ କେନ୍ଦ୍ର ଗୁଡିକ ହବିଷ ବ୍ରତ ଆରମ୍ଭ ପୂର୍ବରୁ ପ୍ରସ୍ତୁତ ରଖିବା, ମା’ମାନଙ୍କର ଭଲ ଭାବେ ରହଣି ବ୍ୟବସ୍ଥା, ପାନୀୟ ଜଳ, ଶୌଚାଳୟ, ଆଲୋକ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା ଇତ୍ୟାଦିକୁ ସୁନିଶ୍ଚିତ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହାକୁ ସୁ-ନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀ ମାନଙ୍କୁ ଦାୟିତ୍ୱ ଦିଆଯିବ। ମା’ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଛାସେବୀ ମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ। ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବାର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱଛାସେବୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯିବ। ତେଣୁ ଏହି କାର୍ଯ୍ୟକୁ ପାରସ୍ପରିକ ସମନ୍ବୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଅଧିକ ପଢନ୍ତୁ

Odisha Darpan Digital