ପୁରୀରେ ହବିଷ୍ୟ ପାଳିବା ପାଇଁ ୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ

ଚଳିତ ବର୍ଷ ହବିଷିଆଳୀ ଯୋଜନାରେ ପୁରୀରେ ରହି ହବିଷ ବ୍ରତ ପାଇଁ ବ୍ରତଧାରୀମାନଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପ୍ରକ୍ରିୟା । ଆସନ୍ତା ୧୯ ତାରିଖ ପୂର୍ବାହ୍ନ ୧୦ଟାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆୟୋଜନ ହୋଇଛି ପ୍ରସ୍ତୁତି । ପ୍ରାୟ ଅଢେଇ ହଜାର ହବିଷିଆଳୀଙ୍କ ପାଇଁ ଏଥର ବ୍ୟବସ୍ଥା ହୋଇଛି । ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତୀକ ବ୍ରତ । ଆଉ ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ ରହିବେ ହବିଷ୍ୟାଳୀ । ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ । କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲାପାଳ ।https/edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ । ୧୯ ତାରିଖ ପୂର୍ବାହ୍ନ ୧୦ଟା ଠାରୁ ଆବେଦନ ଆରମ୍ଭ ହେବ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ । ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ଦିଆଯିବ ପ୍ରାଧାନ୍ୟ । କେବଳ ଅନଲାଇନରେ ପଞ୍ଜିକୃତ ହୋଇଥିବା ମା ମାନେ ହିଁ ହାବିଷ୍ୟାଳି ଶିବିରରେ ଅନୁମତି ପାଇବେ ।

ଅଧିକ ପଢନ୍ତୁ

Odisha Darpan Digital