ନବରାତ୍ରିର ଦ୍ବିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କ ଉପାସନା

ଶାରଦୀୟ ନବରାତ୍ରି ଆଜି ଦ୍ବିତୀୟ ଦିନ । ଏହି ୯ ଦିନରେ ମା’ ଦୁର୍ଗାଙ୍କ ଅଲଗା ଅଲଗା ସ୍ୱରୂପକୁ ପୂଜା ଆରାଧନା କରାଯାଏ । ପ୍ରଥମେ ଦିନରେ ମା’ ଶୈଳପୁତ୍ରୀଙ୍କୁ ପୂଜା କରାଯାଏ । ଏହିଦିନ ଲୋକ ବ୍ରତ ରଖିବା ପରେ ନିଜ ଘରେ କଳସ ସ୍ଥାପନା କରନ୍ତି । ସେହିପରି ଦ୍ୱିତୀୟ ଦିନରେ ମା’ ବ୍ରହ୍ମଚାରିଣୀଙ୍କୁ ଆରାଧନା କରାଯାଏ । ମା’ ବ୍ରହ୍ମଚାରିଣୀଙ୍କ କୃପାରୁ ମନୁଷ୍ୟ ନିଜର ଆନ୍ତରିକ ଶାନ୍ତି ପାଇଥାଏ ।ଶାନ୍ତ,ବୈରାଗ୍ୟ,ସଦାଚାର,ଶିଷ୍ଟାଚାର,ତ୍ୟାଗ,ତପ ଏବଂ ବୁଦ୍ଧିର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ବ୍ରହ୍ମଚାରିଣୀ । ମା’ଙ୍କ ଉପାସନା କଲେ ଜୀବନରେ ଆସୁଥିବା କଠିନରୁ କଠିନ ସଂଘର୍ଷ ସରଳ ହୋଇପଡ଼େ । ମାନ୍ୟତା ରହିଛି ମା’ଙ୍କ ପୂଜା କଲେ ସର୍ବତ୍ର ସିଦ୍ଧି ଏବଂ ବିଜୟ ପ୍ରାପ୍ତ ହୋଇଥାଏ । ଏହି ଦିନ ସାଧକର ମନ ସ୍ୱାଧୀଷ୍ଠାନ ଚକ୍ରରେ ଘୁରି ବୁଲୁଥାଏ । ଏହି ଚକ୍ରରେ ଅବସ୍ଥିତ ଥିବା ମନବାଳା ଯୋଗୀ ସ୍ୱରୁପ ମା’ଙ୍କ କୃପା ଏବଂ ଭକ୍ତିର ଆଶିର୍ବାଦ ପ୍ରାପ୍ତ କରିଥାଏ ।ମାତା ବ୍ରହ୍ମଚାରିଣୀ ହେଉଛନ୍ତି ପର୍ବତରାଜ ହିମାଳୟ ଏବଂ ମୈନାବତୀଙ୍କ କନ୍ୟା । ମହାଦେବଙ୍କୁ ପ୍ରାପ୍ତ କରିବା ପାଇଁ ମା’ ବ୍ରହ୍ମଚାରିଣୀ ଘୋର ତପସ୍ୟା କରିଥିଲେ । କଠିନ ତପସ୍ୟା କାରଣରୁ ମା’ଙ୍କ ନାଁ ତପସ୍ୱୀରିଣୀ ଅର୍ଥାତ୍ ବ୍ରହ୍ମଚାରିଣୀ ରୁପେ ଖ୍ୟାତ ହେଲା । ଏଠାରେ ବ୍ରହ୍ମାର ଅର୍ଥ ହେଉଛି ତପସ୍ୟା ।

କ’ଣ ରହିଛି ମା’ଙ୍କ ପୂଜା ବିଧି :ମା’ ବ୍ରହ୍ମଚାରିଣୀଙ୍କ ଉପାସନା ସମୟରେ ହଳଦିଆ କିମ୍ବା ଧଳା ବସ୍ତ୍ର ପିନ୍ଧିବା ଉଚିତ । ମା’ଙ୍କ ଧଳା ରଙ୍ଗର ବସ୍ତୁ ଅର୍ପଣ କରନ୍ତୁ । ଯେପରିକି ମିଶରି, ଚିନି, ପଞ୍ଚାମୃତ । ଜ୍ଞାନ ଏବଂ ବୈରାଗ୍ୟ ପାଇଁ କୌଣସି ମନ୍ତ୍ର ଜପ କରିପାରନ୍ତି । ମା’ ବ୍ରହ୍ମଚାରିଣୀଙ୍କ ପାଇଁ ‘ଓଁ ଏଁ ନମଃ’ ଜପ କରନ୍ତୁ । ଏହିଦିନରେ ଜଳୀୟ ଆହାର ଏବଂ ଫଳାହାର କରନ୍ତୁ ।

ଅଧିକ ପଢନ୍ତୁ

Odisha Darpan Digital