
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦ୍ ଭଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୮ ତାରିଖରେ ପିଟିଏସ୍ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଜିଲ୍ଲାସ୍ତରରେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବେ। ଏହି ପ୍ରତିଯୋଗିତାରେ ନର୍ସରୀ ଶ୍ରେଣୀ ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରି ଭଗବତ ଗୀତାର ୧୫ତମ ଅଧ୍ୟାୟର ଶ୍ଳୋକ ପାଠ କରିବେ । ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସମ୍ପାଦକ ଘନଶ୍ୟାମ ସାହୁ,ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ଲକ୍ଷ୍ମୀଧର ସାହୁ, କୃଷ୍ଣପ୍ରିୟା ଦାଶ,ଉଦୟନାଥ ନାୟକ, ଅରୁଣ କୁମାର ମହାନ୍ତି,ପ୍ରସନ୍ନ କୁମାର ବସନ୍ତିଆ, ପ୍ରଫୁଲ କୁମାର ନାୟକ,ରବୀନ୍ କୁମାର ମହାପାତ୍ର, ସତ୍ୟନାରାୟଣ ସାହୁ ଏବଂ ପଦ୍ମଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।