୨୦ରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ କରିବେ ନାମାଙ୍କନ

ନୂଆପଡା ଉପନିର୍ବାଚନ ରାଜନୀତି ସରଗରମ । ଆସନ୍ତା ୨୦ତାରିଖରେ ନାମାଙ୍କନ ଶେଷ ତାରିଖ ରହିଥିବା ବେଳେ ସେହିଦିନ ନାମାଙ୍କନ ଦାଖଲ କରିବେ ବିଜେଡି ପ୍ରାର୍ଥୀ । ନୂଆପଡାରେ ଅନେକ ଆଶାୟୀ ଥିବା ବେଳେ ବିଜେଡି ସ୍ନେହାଙ୍ଗିନୀ ଛରିଆଙ୍କୁ ପ୍ରାର୍ଥୀ କରିଛି । ନାମାଙ୍କନର ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କରିବେ ସ୍ନେହାଙ୍ଗିନୀ । ସୂଚନାମୁତାବକ ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗତକାଲି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି।ପୂର୍ବରୁ ବରଗଡ଼ ଜିଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ନିର୍ବାଚନରେ ବିଜୟ ହୋଇ ନବୀନଙ୍କ ମନ୍ତ୍ରିମଣ୍ଡଳରେ କାର୍ଯ୍ୟ କରିଥିଲେ ସେ ।

ଅଧିକ ପଢନ୍ତୁ

Odisha Darpan Digital