ଫେବ୍ରୁଆରି ୧୫ରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା

ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୧୫ତାରିଖ ସୁଦ୍ଧା ପିଲମାନଙ୍କୁ ମିଳିବ ଆଡମିଟ୍‍ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ଯାଏଁ ହେବ । ଜାନୁଆରୀ ୨ରୁ ୧୫ଯାଏଁ ପ୍ରାକ୍ଟିକାଲ ପରୀକ୍ଷା କରାଯିବ ।ଏକ୍ସ- ରେଗୁଲାର ଫର୍ମ ଫିଲ୍ଅପ ଅକ୍ଟୋବର ୧୩ରୁ ନଭେମ୍ବର ୨୨ ତାରିଖ ଯାଏ ଚାଲିବ । ନଭେମ୍ବର ୨୯ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଚଳିତ ଥର ମୋଟ ୧୩୪୯ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା । ରେଜଲ୍ଟ ବାହାରିବା ପରେ ଏଥର ନୂଆକରି ପ୍ରୋଭିଜନାଲ୍ ସାର୍ଟିଫିକେଟକୁ ଡିଜିଟାଲ କରାଯିବ ବୋଲି ସୂଚନା ମିଳିଛି ।

ଅଧିକ ପଢନ୍ତୁ

Odisha Darpan Digital