ଅବପାତରେ ପରିଣତ ହେବନି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଆଜି ସୁଦ୍ଧା ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପୂର୍ବରୁ ଏହା ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ତେବେ ଆସନ୍ତା 12 ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି କ୍ରମଶଃ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଗୁରୁବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
