ରାଷ୍ଟ୍ର ଆରାଧନା ଓ ଦେଶପ୍ରୀତିର ଗାଥା କହୁଥିବା ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍’କୁ ୧୫୦ ବର୍ଷ ପୂରିଛି । ୧୮୭୬ଠାରୁ ଭାରତୀୟଙ୍କ ମଧ୍ୟରେ ‘ବନ୍ଦେ ମାତରମ୍’ ଦେଶପ୍ରେମ ଓ ଜାତୀୟ ଚେତନା ସୃଷ୍ଟି କରି ଆସୁଛି । ‘ବନ୍ଦେ ମାତରମ୍’କୁ ୧୫୦ ବର୍ଷ ପୂର୍ତ୍ତି ଅବସରରେ ଉତ୍ସବ ପାଳୁଛି ଭାରତ ।ଆଜି ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଅବସରରେ ଏକ ସ୍ମାରକୀ ଡାକଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ଏହି କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ୨୦୨୬ ନଭେମ୍ବର ୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଉତ୍ସବ ଭାବେ ଚାଲିବ ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକ ଉତ୍ସବରେ ଯୋଗ ଦେବା ଅତ୍ୟନ୍ତ ଗର୍ବର କଥା । ଏହା ସହିତ ମୋଦୀ କହିଛନ୍ତି ଏପରି କୌଣସି ସଂକଳ୍ପ ନାହିଁ ଯାହା ପୂରଣ ହୋଇପାରିବ ନାହିଁ । ଏପରି କୌଣସି ଲକ୍ଷ୍ୟ ନାହିଁ ଯାହାକୁ ଆମେ ଭାରତୀୟମାନେ ହାସଲ କରିପାରିବା ନାହିଁ ।
