ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି।ନଭେମ୍ବର ୧୦ ଯାଏଁ ସଡକ ପରିବହନ ଉପରେ ଆଲୋଚନା ହେବ । ୮୪ ତମ ଅଧିବେଶନରେ ଅଂଶଗ୍ରହଣ କରିବେ ୩ ହଜାରରୁ ଅଧିକ ପ୍ରତିନିଧି ।ଏହାପୂର୍ବରୁ ଜନତା ମୈଦାନରେ ଆୟୋଜିତ ହୋଇଥିବା ଟେକ୍ନିକାଲ ସେସନକୁ ଉଦଘାଟନ କରିଥିଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
୧୦ ବର୍ଷ ପରେ ଇଣ୍ଡିଆନ ରୋଡ କଂଗ୍ରେସର କାର୍ଯ୍ୟକ୍ରମ ଓଡ଼ିଶାରେ ଆୟୋଜନ ହେଉଛି। ବିକଶିତ ଭାରତ ଓ ୨୦୩୬ ସୁଦ୍ଧା ଓ ବିକଶିତ ରାଜ୍ୟ ଗଢିବାକୁ ଏହି କାର୍ଯ୍ୟକ୍ରମ ବେଶ୍ ସହାୟକ ହେବ ବୋଲି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି।
