ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ସୁରୁଖୁରୁରେ ଭୋଟିଂ ଚାଲିଥିବା ଜଣାପଡ଼ିଛି। ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଛି। ତେବେ ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍ପେଣ୍ଡ ହୋଇଛନ୍ତି । ଭୋଟ୍ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ କରାଯାଇଛି । ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଅନ୍ୟପଟେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ପରିବାର ସହିତ ଆସି ମଙ୍ଗରାପାଲି ୬୬ ନମ୍ବର ବୁଥକୁ ଆସି ଭୋଟ ଦେଇଛନ୍ତି ।
