୧୫ରୁ ବରଗଡ଼ ଧନୁଯାତ୍ରା କଳାକାର ଚୟନ

ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ୧୫ ତାରିଖରୁ ବିଭିନ୍ନ ଚରିତ୍ର ପାଇଁ କଳାକାର ଚୟନ ପ୍ରକିୟା ଆରମ୍ଭ ହେବ। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ କଂସ ଚରିତ୍ର ପାଇଁ କଳାକର ଚୟନ କାର୍ଯ୍ୟ ଅନୁଷ୍ଠିତ ହେବ । ୧୫ ତାରିଖ ଦେବକୀ, ନାରଦ, ଚାଣୁର , ମୁଷ୍ଟିକ, ସାର୍ତ୍ତକି, ବସୁଦେବ , ଅକ୍ରୁର ଏବଂ ଉଗ୍ରସେନ, ୧୬ତାରିଖ ମହାମନ୍ତ୍ରୀ ଓ ସେନାପତି ଏବଂ ୧୭ ତାରିଖ ଦିନ ମହାରାଜ କଂସ ଅଭିନୟ ପାଇଁ ସାକ୍ଷାତକାର ଅନୁଷ୍ଠିତ ହେବ। ମହାରାଜ କଂସ ଚରିତ୍ରରେ ୪୪, ମହାମନ୍ତ୍ରୀରେ ୩୩, ସେନାପତିରେ ୭୪, ଦେବକୀରେ ୧୪,ନାରଦରେ ୨୦, ଚାଣୁରରେ ୧୭, ସାର୍ତ୍ତକିରେ ୧୦, ମୁଷ୍ଟିକରେ ୧୮, ବସୁଦେବରେ ୩୦, ଅକ୍ରୁରରେ ୨୦, ଉଗ୍ରସେନରେ ୧୧ ତଥା ସମୁଦାୟ ୨୯୧ କଳାକାର ଚୟନରେ ଅଂଶଗ୍ରହଣ କରିବେ। ଆବେଦନକର୍ତ୍ତା ନିଜ ଭୂମିକା ପାଇଁ ସେହି ତାରିଖରେ ପୂର୍ବାହ୍ନ ୯ଟା ୩୦ ମିନିଟରେ ବିଜୁ ପଟ୍ଟନାୟକ ଟାଉନ ହଲରେ ପହଞ୍ଚିବାକୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital