ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶଶିକା ଜାରି କରାଯାଇଛି । ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡି କର୍ମୀ । ଏଥିପାଇଁ ଅଙ୍ଗନବାଡି କର୍ମୀଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ । ଜନ୍ମରୁ ୬ ବର୍ଷ ମଧ୍ୟରେ ଥିବା ଭିନ୍ନକ୍ଷମ ଶିଶୁଙ୍କ କରାଯିବ ସର୍ଭେ । ଚିହ୍ନଟ ଶିଶୁଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରାଯିବ । ଏନଇପି- ୨୦୨୦, ଆରପିଡବ୍ଲ୍ୟୁଡି ଆକ୍ଟ ୨୦୧୬ରେ କରାଯିବ ସାମିଲ । ସର୍ଭେ ଠିକ ଭାବେ ହେଉଛି କି ନାହିଁ ଅଧିକାରୀମାନେ ଯାଞ୍ଚ କରିବେ । ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ ସର୍ଭେ ପ୍ରକ୍ରିୟା ।ଭିନ୍ନକ୍ଷମ ଅଧିକାର ଆକ୍ଟ (ଆର୍ପିଡବ୍ଲୁଡି),୨୦୧୬ରେ ଥିବା ସମସ୍ତ ୨୧ କାଟାଗୋରୀରେ ସମସ୍ତ ଭିନ୍ନକ୍ଷମ ଶିଶୁଙ୍କୁ ସାମିଲ କରାଯିବ ।
