ମୋବାଇଲରେ କଥା ହେବାକୁ ବାରଣ କରିବାରୁ ମା’ବାପାଙ୍କୁ ପନିକିରେ ହାଣିଲା ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସରଶଙ୍ଖ ପଞ୍ଚାୟତ ହାତିଗାଡ଼ିଆରେ। ଝିଅର ଆକ୍ରମଣରେ ଗୁରୁତର ହୋଇ ବାପାମାଆ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ରଞ୍ଜିତ ସିଂଙ୍କ ଝିଅ କୁନି ସିଂ ବିବାହ ପରେ କୌଣସି କାରଣରୁ ୨ ବର୍ଷ ହେଲା ବାପଘରେ ରହୁଛନ୍ତି । ମୋବାଇଲରେ ଲଗାତାର କଥା ହେଉଥିବାରୁ ଝିଅ ଉପରେ ବିରକ୍ତି ପ୍ରକାଶ କରିଥିଲେ ମାଆ ଓ ବାପା ।
ଏଥିରେ ଉତ୍ତ୍ୟକ୍ତ ହୋଇ ଝିଅ ମା’ଙ୍କୁ ପନିକିରେ ଆକ୍ରମଣ କରିଥିଲେ। ବାପା ଏନେଇ ରୋକିବାରୁ ବାପାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ବାପାମା’ଙ୍କ ଚିତ୍କାର ଶୁଣି ପଡିଶା ଦୌଡ଼ି ଆସିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସୋର ମେଡିକାଲରେ ଭର୍ତ୍ତି କରିଥିଲେ।ପରେ ରଂଜିତଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାରେ ଝିଅ କୁନି ସିଂଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।
