ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ୮ ଅଭିଯୁକ୍ତଙ୍କର ହୋଇଛି ଟିଆଇ ପରେଡ୍ । ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତ ମାନଙ୍କର ହୋଇଛି ଟିଆଇ ପରେଡ୍ । ଅଭିଯୁକ୍ତଙ୍କର ଟିଆଇ ପରେଡ୍ ସରିବା ପରେ ମାଜିଷ୍ଟ୍ରେଟ୍, ପୋଲିସ ଓ ସାକ୍ଷୀ ଜେଲର ବାହାରିଛନ୍ତି । ପୀତବାସ ପଣ୍ଡା ହତ୍ୟା ମାମଲାରେ ମୋଟ୍ ୧୬ ଅଭିଯୁକ୍ତ ଗିରଫ ହୋଇ ଜେ ଅଛନ୍ତି ।ସୂଚନା ଥାଉକି, ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଷଡ଼ଯନ୍ତ୍ରରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଓ ପୂର୍ବତନ ମେୟର ଶିବ ଶଙ୍କର ଦାଶ (ପିଣ୍ଟୁ)ଙ୍କ ସମେତ ୧୬ ଜଣଙ୍କୁ ପୋଲିସ ଗିରଫ କରିଛି । ହତ୍ୟାକାଣ୍ଡ ପଛରେ ରାଜନୈତିକ, ବ୍ୟବସାୟିକ ଓ ବ୍ୟକ୍ତିଗତ ଶତ୍ରୁତା ରହିଥିବା ଏସପି ଡା. ସର୍ବଣା ବିବେକ ଏମ୍. ସୂଚନା ଦେଇଛନ୍ତି ।
