ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ଐତିହାସିକ କଟକ ସହରସ୍ଥିତ ଶ୍ରୀରାମଚନ୍ଦ୍ର ଭଂଜ ମେଡିକାଲ କଲେଜ୍‌ ଏବଂ ଡାକ୍ତରଖାନାରେ ଏହି ଅଭାବନୀୟ ଘଟଣା ଘଟିଥିବା ନେଇ ଚର୍ଚ୍ଚା ହେଉଛି।

ଅଧିକ ପଢନ୍ତୁ

Odisha Darpan Digital